ରିପୋର୍ଟ କାର୍ଡ / ଭୁବନେଶ୍ୱର
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସନ୍ଧ୍ୟାରେ ୩ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମଧ୍ୟ ଦିଲ୍ଲୀ ଗସ୍ତ କରିଛନ୍ତି। ଆଜି ପୂର୍ବାହ୍ଣରେ ସେ ସଡ଼କ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରଣାଳୟ ଦ୍ବାରା ଆୟୋଜିତ ଜାତୀୟ ରାଜପଥ ନିର୍ମାଣ ସମୀକ୍ଷା ବୈଠକରେ ଯୋଗଦେବେ। ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବେ। ବୈଠକରେ ମୁଖ୍ୟମନ୍ତ୍ରୀ, ପୂର୍ତ୍ତ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବଙ୍କ ସହିତ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ। ମୁଖ୍ୟମନ୍ତ୍ରୀ ଅଗଷ୍ଟ ୧୪ ତାରିଖ ପୂର୍ବାହ୍ଣରେ ଭୁବନେଶ୍ବର ଫେରିବାର ସୂଚନା ରହିଛି।






More Stories
ଏଣିକି ବର୍ଷକୁ ୪ଟି ପରୀକ୍ଷା…..
ରାଜ୍ୟରେ ୨୦ଲକ୍ଷ ଭୋଟରଙ୍କ ନାଁ କଟିଲା…..
ବଢ଼ୁଛି ନଦୀମାଙ୍କର ଜଳସ୍ତର…..