ରିପୋର୍ଟ କାର୍ଡ / ଭୁବନେଶ୍ୱର
ନିର୍ମାଣ ଶ୍ରମିକଙ୍କ ସହାୟତା ରାଶି ବୃଦ୍ଧି ହୋଇଛି | ଏନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି | ପଞ୍ଜିକୃତ ନିର୍ମାଣ ଶ୍ରମିକଙ୍କର ମୃତ୍ୟୁ ହେଲେ ଏବେ ମିଳିବ ୬ଲକ୍ଷ ଟଙ୍କା । ଦୁର୍ଘଟଣାରେ ମୃତ୍ୟୁ ହେଲେ ପୂର୍ବ ସରକାର ସମୟରେ ୪ ଲକ୍ଷ ଟଙ୍କା ମିଳୁଥିଲା | ଏହାକୁ ୬ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି ମୋହନ ସରକାର । ସେହିଭଳି ସ୍ୱଭାବିକ ମୃତ୍ୟୁ ହେଲେ ଶ୍ରମିକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ମିଳୁଥିବା ବେଳେ ଏବେ ଏହାକୁ ୩ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । ଲୋକସଭା ଭବନରେ ଆୟୋଜିତ ନିର୍ମାଣ ଶ୍ରମିକ କଲ୍ୟାଣ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଏହି ଘୋଷଣା କରିଛନ୍ତି | ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ପଞ୍ଜିକୃତ ନିର୍ମାଣ ଶ୍ରମିକମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ଦ୍ୱାରା ଆୟୋଜିତ ଏହି ସମାରୋହରେ ଶ୍ରମ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ ଓ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଉପସ୍ଥିତ ଥିଲେ।






More Stories
୨୦୧ କନ୍ୟାଦାନକଲେ ମୁଖ୍ୟମନ୍ତ୍ରୀ, ନବଦମ୍ପତିଙ୍କୁ ଆଶୀର୍ବାଦ ଦେଇ କହିଲେ…..
ମା’ ବିରଜାଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି…..
ଶୁଭାରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା…..