ରିପୋର୍ଟ କାର୍ଡ / ଭୁବନେଶ୍ବର
ନୂଆବର୍ଷରେ ମେଟ୍ରୋ ରେଳର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ତ୍ରିଶୁଳିଆ ନିକଟ ରତଗଡ଼ର ଲେଙ୍କା ସାହିରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଭୁବନେଶ୍ବର ମେୟର ସୁଲୋଚନା ଦାସ, କଟକ ମେୟର ସୁବାସ ସିଂହ, ମନ୍ତ୍ରୀ ଉଷା ଦେବୀ, ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଅଶୋକ ଚନ୍ଦ୍ର ପଣ୍ଡା, ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଉତ୍ତର ବିଧାୟକ ସୁଶାନ୍ତ ରାଉତ ଓ ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ ପ୍ରମୁଖ ଯୋଗ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ନିବାସରୁ ବାହାରି ବିମାନବନ୍ଦର ଛକରୁ ସଚିବାଳୟ ମାର୍ଗ ଓ ନନ୍ଦନକାନନ ରାସ୍ତା ଦେଇ ତ୍ରିଶୁଳିଆ ପହଞ୍ଚିଥିଲେ। ଏକାମ୍ର, ମଧ୍ୟ, ଉତ୍ତର ଓ ବାଙ୍କୀ ନିର୍ବାଚନ ମଣ୍ଡଳୀରୁ ହଜାର ହଜାର ଲୋକ ଆସି କିଭଳି କାର୍ଯ୍ୟକ୍ରମରେ ଯୋଗଦାନ କରିବେ ସେଥିପାଇଁ ପ୍ରସ୍ତୁତି ଚାଲିଥିବା ବେଳେ କାର୍ଯ୍ୟକ୍ରମର ନୀଳ ନକ୍ସା ପ୍ରସ୍ତୁତ ହୋଇଛି। ମିଳିଥିବା ତାଜା ସୂଚନା ମୁତାବକ ନବୀନ ଆସନ୍ତାକାଲି ନବୀନ ନିବାସରୁ ବାହାରି ବିଜୁ ପଟ୍ଟନାୟକ ବିମାନବନ୍ଦର ଛକ ଯାଇଥିଲେ। ସେଠାରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ତ୍ରିଶୁଳିଆ ଅଭିମୁଖେ ଯାଇଥିଲେ। ତ୍ରିଶୁଳିଆ ଯିବା ବାଟରେ କ୍ୟାପିଟାଲ ହସ୍ପିଟାଲ ଛକ, ଜୟଦେବ ବିହାର ଛକ, ଜାଭିଅର ଛକ, ରେଳ ସଦନ, ପଟିଆ, କିଟ ଛକ, ରଘୁନାଥପୁର ପ୍ରମୁଖ ସ୍ଥାନରେ ଲୋକଙ୍କୁ ଭେଟିଛନ୍ତି। ସୂଚନାଯୋଗ୍ୟ, ଭୁବନେଶ୍ବରରେ ପ୍ରସ୍ତାବିତ ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ମୋଟ ୬୨୫୫ କୋଟି ଟଙ୍କା ବ୍ୟୟ ହେବ। ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ପକଳ୍ପର ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବର ଏୟାରପୋର୍ଟଠାରୁ ତ୍ରିଶୂଳିଆ ଛକ ପର୍ଯ୍ୟନ୍ତ ୨୬ କିଲୋମିଟର ପର୍ଯ୍ୟନ୍ତ ଏହି ମେଟ୍ରୋ ରେଳ ଚାଲିବ। ଏହା ମଧ୍ୟରେ ମୋଟ ୨୦ଟି ଷ୍ଟେସନ ରହିବ। ରାଜମହଲ, ଜୟଦେବ ବିହାର, କ୍ୟାପିଟାଲ ହସପିଟାଲ, ପଟିଆ ପ୍ରଭୃତି ପ୍ରମୁଖ ସ୍ଥାନ ସହ ଅନ୍ୟ ଜାଗାରେ ଷ୍ଟେସନ ବ୍ୟବସ୍ଥା ହେବ। ଚଳିତ ବର୍ଷ ଏପ୍ରିଲ ପହିଲାରେ ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପର ଘୋଷଣା କରିଥିଲେ। ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ ଲିଃ ଏହାର ଡିପିଆର ପ୍ରସ୍ତୁତ କରିଛି। ମୋ ସରକାରଙ୍କ ୫-ଟି ଅଧୀନରେ ଏହା ଏକ ଫ୍ଲାଗସିପ୍ କାର୍ଯ୍ୟକ୍ରମ, ଯାହା ଏକ ନୂତନ ଓଡ଼ିଶାର ଆବିର୍ଭାବର ପ୍ରତୀକ ହେବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି|






More Stories
୧୩ରେ ରାଜ୍ୟ କ୍ୟାବିନେଟ୍……
ଗଡ଼ିବ ୨୫୦ ନୂଆ ୧୦୮ ଆମ୍ବୁଲାନ୍ସ…..
୧୨ରେ ପାଚିକା-ସହାୟିକାଙ୍କ ଧର୍ମଘଟ…..