Report Card Odisha

| Daily Odia News

ମକର ଚରଣ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ବର୍ଷିୟାନ ସ୍ୱାଧୀନତା ସଂଗ୍ରାମୀ ମକର ଚରଣ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି , ସ୍ୱର୍ଗତ ଦାସ ଜଣେ ମହାନ ଦେଶଭକ୍ତ ଥିଲେ। ଦେଶମାତୃକାର ସେବା ସହ ଜଣେ ସମାଜ ସଂସ୍କାରକ ଭାବରେ ସେ ସାମାଜିକ ବିକାଶରେ ମଧ୍ୟ ମହତ୍ୱପୂର୍ଣ୍ଣ ଅବଦାନ ରଖିଯାଇଛନ୍ତି। ତାଙ୍କର ତ୍ୟାଗପୂତ ସରଳ ଜୀବନ ସମସ୍ତଙ୍କ ପାଇଁ ପ୍ରେରଣାଦାୟୀ। ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ତାଙ୍କର ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇଛନ୍ତି। ସ୍ୱର୍ଗତ ଦାସଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟମର୍ଯ୍ୟଦା ସହ ସମ୍ପନ୍ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

 

Breaking News