ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠାରୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗସ୍ତରେ ସମୟରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ସାମିଲ ହେବେ। ଏହି ଗସ୍ତ ସମୟରେ ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବାର ମଧ୍ୟ ସୂଚନା ମିଳିଛି। ଓଡ଼ିଶା ସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀମାନଙ୍କୁ ଭେଟି ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ସେହିପରି ମୁଖ୍ୟମନ୍ତ୍ରୀ ୩ ଦିନିଆ ବିଦେଶ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ସେ ସିଙ୍ଗାପୁର ଗସ୍ତରେ ଯିବେ। ଉତ୍କର୍ଷ ଓଡ଼ିଶା, ମେକଇନ୍ ଓଡ଼ିଶା କନକ୍ଲେଭ ୨୦୨୫ ପାଇଁ ସେଠାରେ ହେବ ରୋଡ୍ ଶୋ’। ମୁଖ୍ୟମନ୍ତ୍ରୀ ରୋଡ୍ ଶୋ’ରେ ଯୋଗଦେବା ସହ ନିବେଶକଙ୍କ ସହ ଆଲୋଚନା କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀମାନେ ସିଙ୍ଗାପୁର ଗସ୍ତରେ ଯିବେ।






More Stories
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……