ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ନିର୍ବାଚନ ତାରିଖ ପାଖେଇ ଆସୁଥିବାବେଳେ ପ୍ରଚାର ପ୍ରସାର ଜୋରଦାର ହେଉଛି | ନେତାମାନେ ଭୋଟରଙ୍କୁ ମନାଇବାକୁ ପ୍ରାଣମୂର୍ଛା ଉଦ୍ୟମ ଚାଇଛନ୍ତି | କେନ୍ଦ୍ର ଠାରୁ ରାଜ୍ୟ ନେତାଙ୍କ ପର୍ଯ୍ୟନ୍ତ ସମାବେଶ ବେଶ ଜମୁଛି | ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଞ୍ଜାମ ଓ କନ୍ଧମାଳ ଜିଲ୍ଲା ଗସ୍ତରେ ଯିବେ। ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ବିମାନବନ୍ଦରରୁ ବାହାରି ଦିନ ୧୦ଟା ୧୦ରେ ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପରେ ପହଞ୍ଚିବେ । ସ୍ଵତନ୍ତ୍ର ହେଲିକପ୍ଟର ଯୋଗେ କନିଷି ପଞ୍ଚାୟତରେ ପହଞ୍ଚି ଆୟୋଜିତ ପ୍ରଚାର ସଭାରେ ସାମିଲ ହେବେ । ସମାବେଶକୁ ସମ୍ବୋଧିତ କରି ବିଜେଡି ପ୍ରାର୍ଥୀଙ୍କ ପାଇଁ ଭୋଟ୍ ଭିକ୍ଷା କରିବେ ନବୀନ। ସେହିପରି କନ୍ଧମାଳ ନିର୍ବାଚନୀ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଅପରାହ୍ନ ପ୍ରାୟ ୧୨ଟାରେ ମୁଖ୍ୟମନ୍ତ୍ରୀ କନ୍ଧମାଳ ଷ୍ଟାଡିୟମରେ ପହଞ୍ଚିବେ ଏବଂ ସେଠାରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗଦେବେ। ସଭାରେ କନ୍ଧମାଳ ସାଂସଦ ପ୍ରାର୍ଥୀଙ୍କ ସହ ସଂସଦୀୟ କ୍ଷେତ୍ରର ୭ଟି ବିଧାନସଭା ପ୍ରାର୍ଥୀଙ୍କ ପାଇଁ ନବୀନ ଭୋଟ ଭିକ୍ଷା କରିବେ। ଏଥିସହ ସାଧାରଣ ଜନତାଙ୍କୁ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ସେହିପରି ୧୧ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କନ୍ଧମାଳ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ସେ କନ୍ଧମାଳରେ ଆୟୋଜିତ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ।






More Stories
ମାଟ୍ରିକ ପରୀକ୍ଷା ପାଇଁ ୩୭ଟି ସ୍ବତନ୍ତ୍ର ସ୍କ୍ବାଡ….
ଆଜି ସୂର୍ଯ୍ୟୋପରାଗ…..
୮ରେ ସୁଭଦ୍ରା କିସ୍ତି…..