ରିପୋର୍ଟ କାର୍ଡ / ସମ୍ବଲପୁର
ନୂଆଁଖାଇରେ ନୂଆଁ ଖାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ମୁଖ୍ୟମନ୍ତ୍ରୀ ସମ୍ବଲପୁର ଗସ୍ତ କରିବା ସହିତ ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଈଙ୍କ ଦର୍ଶନ କରିଛନ୍ତି। ମା’ଙ୍କୁ ଦର୍ଶନ କରିବା ପରେ ସେ ପଶ୍ଚିମଓଡ଼ିଶାବାସୀଙ୍କୁ ନୂଆଁଖାଇ ଶୁଭେଚ୍ଛା ଜ୍ଞାପନ କରିଛନ୍ତି। ଏହି ଅବସରରେ ସେ ସ୍ତ୍ରୀଙ୍କ ସହିତ ନବାନ୍ନ ଖାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଅନ୍ୟାନ୍ୟ ବରିଷ୍ଠ ପୋଲିସ ଓ ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ଥିଲେ। ସମସ୍ତେ ଗୋଟିଏ ସ୍ଥାନରେ ବସି ନୂଆଁ ଖାଇଥିଲେ। ନୂଆଁଖାଇ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ସମ୍ବଲପୁରରୁ ସିଏମ କିଷାନ ଯୋଜନାର ଶୁଭାରମ୍ଭ କରାଯିବା ସହିତ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଯିବାର କାର୍ଯ୍ୟକ୍ରମ ରହିଛି।






More Stories
ଛାଡ଼ପତ୍ରପ୍ରାପ୍ତ ବିବାହିତ ଝିଅଙ୍କୁ ମିଳିବ…..
ସମ୍ବଲପୁର ତହସିଲ ଦୁଇ ଭାଗ…..
ନବୀନଙ୍କୁ କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ…..