Report Card Odisha

| Daily Odia News

ଭୟଙ୍କର ଭୂସ୍ଖଳନ, ୩୪ ମୃତ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

କଲମ୍ବିଆର ରିସାରାଲ୍ଡ ଅଞ୍ଚଳରେ ଭୂସ୍ଖଳନ ହୋଇଛି | ଚାହୁଁ ଚାହୁଁ ମାଟି ଅତଡା ତଳେ ପୋତି ହୋଇଯାଇଛି ଯାତ୍ରୀବାହୀ ବସ୍ ସମତେ ଅନେକ ଘର। ପାଖାପଖି ୩୪ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ପ୍ରବଳ ବର୍ଷା ଯୋଗୁଁ କଲମ୍ବିଆର ରିସାରାଲ୍ଡ ରେ ଭୂସ୍ଖଳନ ହୋଇଥିବା ସୂଚନା ମିଳିଛି | ରାଜଧାନୀ ବୋଗୋଟାରୁ ପ୍ରାୟ ୨୩୦ କିଲୋମିଟର ଦୂର ପୁଏଲବୋ ରିକୋ ଓ ସୋସିଲିଆ ଗାଁ ନିକଟସ୍ଥ ପାହାଡ଼ିଆ ଅଞ୍ଚଳରେ ଏହି ଭୂସ୍ଖଳନ ହୋଇଛି। ମାଟି ତଳେ ବସ୍ ଚାପି ହୋଇଯିବାରୁ ୩୪ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୩ଜଣ ଶିଶୁ ଥିବା ଜଣାପଡ଼ିଛି । ସେହିପରି ମାଟିତଳେ ଦବି ଯାଇଥିବା ବସ୍ ଭିତରୁ ୯ଜଣଙ୍କୁ ଉଦ୍ଧାର କରାଯାଇଛି, ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଏବେବି ସେଠାରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଅଧିକାରୀଙ୍କ କହିବା ଆନୁଯାୟୀ, ବସରେ ପ୍ରାୟ ୨୫ଜଣ ଯାତ୍ରୀ ଥିଲେ। ଏହି ସମୟରେ ଭୂସ୍ଖଳନ ହୋଇଥିଲା। ଡ୍ରାଇଭର ଲୋକଙ୍କୁ ବଞ୍ଚାଇବାକୁ ଉଦ୍ୟମ କରି ବିଫଳ ହୋଇଥିଲେ। ସ୍ଥାନୀୟ ପୋଲିସ ଓ ଉଦ୍ଧାରକାରୀ ଘଟଣାସ୍ଥଳରେ ପହଞ୍ଚି ମାଟି ତଳେ ଦବି ରହିଥିବା ଲୋକଙ୍କୁ ଉଦ୍ଧାର ଜାରିରହିଛି |

Breaking News