ରିପୋର୍ଟ କାର୍ଡ / ଭୁବନେଶ୍ଵର
କମିସନରେଟ ପୋଲିସର ପ୍ରତିଷ୍ଠା ଦିବସ ପାଳିତ ହୋଇଛି। ଭୁବନେଶ୍ଵର ରିଜର୍ଭ ପୋଲିସ ପ୍ୟାରେଡ ପଡ଼ିଆରେ ୯୦ତମ ଓଡ଼ିଶା ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ପୋଲିସ କମିସନର ଡକ୍ଟର ସୁରେଶ ଦେବଦତ୍ତ ସିଂହ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଆଜିର ଦିନ ଅର୍ଥାତ୍ ୧୯୩୬ ମସିହାରେ ଉତ୍କଳ ପ୍ରଦେଶ ଗଠନ ସମୟରେ ଆଇନଶୃଙ୍ଖଳାରେ ଜନସାଧାରଣଙ୍କୁ ସହଯୋଗ କରିବାକୁ ଗଠିତ ହୋଇଥିଲା ପୋଲିସ ବିଭାଗ। ସେହି ଦିନଠାରୁ ଜନସାଧାରଣଙ୍କ ସେବାରେ ଉତ୍ସର୍ଗୀକୃତ ଭାବେ କାର୍ଯ୍ୟ କରି ଆସୁଛି ପୋଲିସ ବିଭାଗ। ଆଜି ଓଡ଼ିଶା ପୋଲିସ ପାଇଁ ସ୍ବତନ୍ତ୍ର ଦିନ। ଏହି ଅବସରରେ ନୂଆ କରି ପୋଲିସ ବିଭାଗରେ ଯୋଗ ଦେଇଥିବା କର୍ମଚାରୀଙ୍କୁ ନିଜର କର୍ତ୍ତବ୍ୟ ସାଧନ ଉପରେ ପ୍ରେରଣା ଦେବା ସହ କର୍ତ୍ତବ୍ୟରତ ଅବସ୍ଥାରେ ସହିଦ ହୋଇଥିବା କର୍ମଚାରୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି।ଏଥିସହ କର୍ତ୍ତବ୍ୟରେ ଉଲ୍ଲେଖନୀୟ କାର୍ଯ୍ୟ ଦକ୍ଷତା ପାଇଁ କୃତି କର୍ମଚାରୀଙ୍କୁ ସମ୍ମାନିତ ଓ ପୁରସ୍କୃତ କରାଯାଇଛି।
More Stories
ପୁଣି ବଢ଼ିଲା କିଟ୍ ଅଡ଼ୁଆ,ଅଭିଯୋଗ ଆଣିଲେ ମୃତ ଛାତ୍ରଙ୍କ ବାପା…..
ଶାନ୍ତିବାର୍ତ୍ତା ନେଇ ସରକାରଙ୍କୁ ପ୍ରସ୍ତାବ ଦେଲେ ମାଓବାଦୀ…..
ପ୍ରେମିକଙ୍କୁ ଅପହରଣ କରି ପ୍ରେମିକା ଗିରଫ…..