ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଜେପି ବିଧାୟକ ବିଷ୍ଣୁ ସେଠୀଙ୍କ ବିୟୋଗରେ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି। ଓଡ଼ିଶାର ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍ ଗଭୀର ଶୋକ ପ୍ରକାଶ କରିଛନ୍ତି l ତାଙ୍କୁ ଜଣେ ଦକ୍ଷ ବିଧାୟକ ଓ ଲୋକପ୍ରିୟ ରାଜନେତା ଭାବରେ ବର୍ଣ୍ଣନା କରି ତାଙ୍କ ଅମର ଆତ୍ମାର ସଦ୍ଗତି କାମନା କରିଛନ୍ତି । ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଲୋକ ବ୍ୟକ୍ତ କରିଛନ୍ତି। ଟୁଇଟରରେ ଲେଖିଛନ୍ତି, ଧାମନଗର ବିଧାୟକ ବିଷ୍ଣୁ ଚରଣ ସେଠୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜନପ୍ରତିନିଧି ଭାବେ ଲୋକଙ୍କ ପାଇଁ ତାଙ୍କ କଲ୍ୟାଣକାରୀ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି। ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ବିଜେପି ବିଧାୟକ ବିଷ୍ଣୁ ସେଠୀଙ୍କୁ ଜଣେ ସାଲିସବିହୀନ ନେତା ଭାବେ ବର୍ଣ୍ଣନା କରିବା ସହ ତାଙ୍କର ଅକାଳ ବିୟୋଗ ରାଜ୍ୟ ଲାଗି ଅପୂରଣୀୟ କ୍ଷତି ବୋଲି କହିଛନ୍ତି। ବିଜେପି ବିଧାୟକ ବିଷ୍ଣୁ ସେଠୀଙ୍କ ବିୟୋଗରେ କଟକ ସାଂସଦ ଭର୍ତ୍ତୃହରି ମହତାବ, ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ର, ପୂର୍ବତନ ମନ୍ତ୍ରୀ ପ୍ରସନ୍ନ ଆଚାର୍ଯ୍ୟଙ୍କ ସମେତ ବହୁ ନେତା ବି ଗଭୀର ଶୋକ ପ୍ରକାଶ କରିଛନ୍ତି।






More Stories
କଂଗ୍ରେସରୁ ନିଳମ୍ବିତ ହେଲେ…..
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର…..
IAS ସ୍ତରରେ ବଡ଼ ଧରଣର ଅଦଳବଦଳ…..