ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୨୯ରେ ଓଡ଼ିଶା ଆସିବେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ । ସେହିଦିନ କଂଗ୍ରେସ କରିବ ଓଡ଼ିଶା ବଞ୍ଚାଅ ଆନ୍ଦୋଳନ । ଏନେଇ ପିସିସି ସଭାପତି ଶରତ ପଟ୍ଟନାୟକ ଶନିବାର ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି । ଭୁବନେଶ୍ୱର ଲୋୟର ପିଏମଜିରେ ଶକ୍ତି ପ୍ରଦର୍ଶନ କରିବ ଦଳ । ଏଥିପାଇଁ ଦଳ ପକ୍ଷରୁ ବ୍ୟାପକ ଆୟୋଜନ କରାଯାଉଛି । ଏହି ସମାବେଶରେ ଯୋଗଦେବେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ । ସମାବେଶରେ ଉଦବୋଧନ ଦେଇ ଓଡ଼ିଶାରେ ୨୦୨୪ ନିର୍ବାଚନର ବିଗୁଲ ବଜାଇବେ ଖଡଗେ । ସଭାପତି ଭାବେ ଦାୟୀତ୍ୱ ଗ୍ରହଣ କରିବା ପରେ ଏହା ଖଡଗେଙ୍କ ପ୍ରଥମ ଓଡ଼ିଶା ଗସ୍ତ ହୋଇଥିବାରୁ କାର୍ଯ୍ୟକ୍ରମକୁ ସଫଳ କରିବାକୁ ଯୋଜନା କରିଛି ଓଡ଼ିଶା କଂଗ୍ରେସ ।






More Stories
ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା……
ଓଡ଼ିଶା ଗସ୍ତରେ ଉପରାଷ୍ଟ୍ରପତି…..
ପ୍ରଥମ ବନ୍ୟାଜଳ ଛାଡିଲା ହୀରାକୁଦ…..