ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଉ ୯ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ବାଲେଶ୍ୱରରୁ ଦଳ ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶ୍ରୀକାନ୍ତ ଜେନାଙ୍କୁ ଟିକେଟ୍ ଦେଇଥିବା ବେଳେ ଭଦ୍ରକରୁ ଲଢ଼ିବେ ଅନନ୍ତ ପ୍ରସାଦ ସେଠୀ। ସେହିପରି ଯାଜପୁରରୁ ଅଞ୍ଚଳ ଦାସଙ୍କୁ ଟିକେଟ ଦିଆଯାଇଥିବା ବେଳେ ଢେଙ୍କାନାଳରୁ ସସ୍ମିତା ବେହେରା, କେନ୍ଦ୍ରାପଡ଼ାରୁ ସିଦ୍ଧାର୍ଥ ସ୍ୱରୂପ ଦାସ, ଜଗତସିଂହପୁରରୁ ରବୀନ୍ଦ୍ର ସେଠୀ, କେନ୍ଦୁଝରରୁ ମୋହନ ହେମ୍ବ୍ରମ, ପୁରୀରୁ ସୁଚରିତା ମହାନ୍ତି ଓ ଭୁବନେଶ୍ୱରରୁ ଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜଙ୍କୁ ଦଳ କରିଛି ପ୍ରାର୍ଥୀ।
More Stories
ଜୀବନ ଯୁଦ୍ଧରେ ହାରିଗଲେ FM ଛାତ୍ରୀ…….
ଭୁବନେଶ୍ୱରରେ ରାଷ୍ଟ୍ରପତି…..
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….