ରିପୋର୍ଟ କାର୍ଡ / ଭୁବନେଶ୍ୱର
କେନ୍ଦ୍ରାପଡ଼ାର ପୂର୍ବତନ ବିଜେଡ଼ି ବିଧାୟିକା ସିପ୍ରା ମଲ୍ଲିକ କଂଗ୍ରେସରେ ଯୋଗଦେଇଛନ୍ତି। ଆଜି ସେ କଂଗ୍ରେସ ଭବନ ଆସି ଦଳର ପ୍ରାଥମିକ ସଦସ୍ୟତା ଗ୍ରହଣ କରିଛନ୍ତି। କେନ୍ଦ୍ରାପଡ଼ା ଜିଲ୍ଲାର ୫ ବିଧାନସଭା ଆସନ ମଧ୍ୟରୁ ୪ଟି ଆସନ ପାଇଁ ରାଜ୍ୟର ପ୍ରମୁଖ ରାଜନୈତିକ ଦଳ ପକ୍ଷରୁ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇ ସାରିଛି। କିନ୍ତୁ କେନ୍ଦ୍ରାପଡ଼ା ବିଧାନସଭା ଆସନ ପାଇଁ ଏପର୍ଯ୍ୟନ୍ତ ବିଜେଡ଼ି, କଂଗ୍ରେସ ଅବା ବିଜେପି ପକ୍ଷରୁ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇ ନାହିଁ। ଏପରିସ୍ଥଳେ ସିପ୍ରା ଏବେ ବିଜେଡ଼ି ଛାଡି କଂଗ୍ରେସ ଶିବିରରେ ଯୋଗଦେବା ଦ୍ବାରା କେନ୍ଦ୍ରାପଡ଼ା ଆସନରେ ହୁଏତ ସେ କଂଗ୍ରେସ ଟିକେଟ ପାଇପାରନ୍ତି ବୋଲି ଚର୍ଚ୍ଚା ହେଉଛି।






More Stories
ନବୀନଙ୍କୁ ଟାର୍ଗେଟ୍ କଲେ ମନମୋହନ…..
ପ୍ରମିଳାଙ୍କ ବାସଭବନରେ ନେତାଙ୍କ ମେଳି…..
୧୦ ପର୍ଯ୍ୟନ୍ତ କାଳବୈଶାଖୀ…..