Report Card Odisha

| Daily Odia News

ପିପିଲି କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ପିପିଲିର କଂଗ୍ରେସ ପ୍ରାର୍ଥୀ ଅଜିତ୍‌  ମଙ୍ଗରାଜଙ୍କ ଦେହାନ୍ତ ହୋଇଛି | କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ଵରର ଆପୋଲୋ ହସ୍ପିଟାଲରେ ଚିକିତ୍ସା ଚାଲିଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ଅଜିତ୍‌ଙ୍କ ପରଲୋକ ଘଟିଛି। ତାଙ୍କର ସ୍ଵାସ୍ଥ୍ୟବସ୍ଥା ସଙ୍କଟାପନ୍ନ ଥିଲା। ସୂଚନା ଅନୁସାରେ- ଗତ ୭ ତାରିଖରେ ପିପିଲି ଉପନିର୍ବାଚନ ପାଇଁ ପ୍ରଚାରକୁ ବାହାରୁଥିବା ବେଳେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜ ଅସୁସ୍ଥ ହୋଇପଡିଥିଲେ । ତୁରନ୍ତ ତାଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ସେ କୋଭିଡ୍ ପଜିଟିଭ୍ ହୋଇଥିବା ଜଣାପଡିଥିଲା । ପିପିଲି ନିକଟବର୍ତ୍ତୀ ନିଜ ଗାଁ ମୋଟରୀ ଆଙ୍କୋଇରୁ ପ୍ରଚାର ପାଇଁ ବାହାରୁଥିବା ବେଳେ ଅସୁସ୍ଥ ହୋଇ ତଳେ ପଡି ଯାଇଥିଲେ ଅଜିତ ମଙ୍ଗରାଜ । ତୁରନ୍ତ ତାଙ୍କ ସମର୍ଥକମାନେ ଚିକିତ୍ସା ପାଇଁ ଡେଲାଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଗତ ୧୦ ତାରିଖରେ ସେ କରୋନା ପଜିଟିଭ୍ ରିପୋର୍ଟ ଆସିଥିଲା । ଉଲ୍ଲେଖଯୋଗ୍ୟ, ଏପ୍ରିଲ ୧୭ରେ ପିପିଲି ଉପ ନିର୍ବାଚନ ପାଇଁ ମତଦାନ ହୋଇଥାନ୍ତା। ପିପିଲି ନିର୍ବାଚନରେ କଂଗ୍ରେସ ଭଲ ପ୍ରଦର୍ଶନ କରିବା ନେଇ ଆଶା ପ୍ରକଟ କରିଥିଲା | ବର୍ତ୍ତମାନ ପରିସ୍ଥିତିରେ ଯାହାକି କଂଗ୍ରେସକୁ ଏକ ଶକ୍ତ ଝଟକା ଲାଗିଛି | ତେବେ ବର୍ତ୍ତମାନ ପିପିଲି ନିର୍ବାଚନକୁ ନେଇ ଆଶଙ୍କା ଦେଖାଦେଇଛି।

Breaking News