ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ମାସ ୧୦ ତାରିଖରେ ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ । ଏଥିପାଇଁ ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳ ବିଜେଡି, ବିଜେପି ଓ କଂଗ୍ରେସ ନିଜର ନିଜର ପ୍ରସ୍ତୁତି ପ୍ରକ୍ରିୟା ଆରମ୍ଭ କରିଦେଇଛନ୍ତି । ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜେଡିରୁ ଦିପାଳୀ ଦାସ, ବିଜେପିରୁ ଟଙ୍କଧର ତ୍ରିପାଠୀ ଓ କଂଗ୍ରେସରୁ ତରୁଣ ପାଣ୍ଡେ ପ୍ରାର୍ଥୀ ହୋଇଛନ୍ତି । ତେବେ ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପୂର୍ବରୁ ବିଜେଡି ପର୍ଯ୍ୟବେକ୍ଷକଙ୍କ ତାଲିକା ଘୋଷଣା କରିଥିବା ବେଳେ କଂଗ୍ରେସ ପକ୍ଷରୁ ୪୦ ଜଣିଆ ତାରକା ପ୍ରଚାରକଙ୍କ ତାଲିକା ଘୋଷଣା କରାଯାଇଛି । ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି) ପକ୍ଷରୁ ଷ୍ଟାର ପ୍ରଚାରକଙ୍କ ଏକ ତାଲିକା ଜାରି କରାଯାଇଛି ।

ଏହି ୪୦ ଜଣିଆ ତାରକା ପ୍ରଚାରକଙ୍କ ତାଲିକାରେ ଏ. ଚେଲ୍ଲା କୁମାର, ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକ, ନରସିଂହ ମିଶ୍ର, କହ୍ନେୟା କୁମାର, ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ, ରାମଚନ୍ଦ୍ର ଖୁଣ୍ଟିଆ, ସୁଶୀଳା ତିରିଆ, ବିଜୟ କୁମାର ପଟ୍ଟନାୟକ, ଶରତ ରାଉତ, ଭକ୍ତ ଚରଣ ଦାସ, ସପ୍ତଗିରି ଶଙ୍କର ଉଲ୍ଲାକା, ଚିରଞ୍ଜୀବୀ ବିଶ୍ୱାଳ, ପଞ୍ଜାନନ କାନୁନଗୋ, ଗଣେଶ୍ୱର ବେହେରା ପ୍ରମୁଖ ନେତାମାନେ ସ୍ଥାନ ପାଇଛନ୍ତି ।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..