ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦଳବିରୋଧୀ କାର୍ଯ୍ୟ ପାଇଁ କଂଗ୍ରେସରୁ ବିଧାୟକ ମହମ୍ମଦ ମୋକିମ ଓ ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ ସସ୍ପେଣ୍ଡ। ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଅଭିଯୋଗ ଆଧାରରେ ଏଆଇସିସି ସସ୍ପେଣ୍ଡ କରିଥିବା ଜଣାପଡିଛି । କଂଗ୍ରେସର ଏହି ପଦକ୍ଷେପ ଆଲୋଚନାର ବିଷୟ ହୋଇଛି। ଏଆଇସିସି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ କମିଟିର ସଦସ୍ୟ ସଚିବ ତାରିକ୍ ଅନୱାର ଏକ ପ୍ରେସ୍ ରିଲିଜ୍ କରି ଏହି ସୂଚନା ଦେଇଛନ୍ତି । ୨୦୧୯ ସାଧାରଣ ନିର୍ବାଚନ ପରଠୁ ଚିରଞ୍ଜିବୀ ନିଜକୁ ଦଳୀୟ ସାଂଗଠନିକ କାର୍ଯ୍ୟରୁ ସମ୍ପୂର୍ଣ୍ଣ ଦୂରେଇ ରଖିଥିବାବେଳେ ମୋକିମ୍ ବିଭିନ୍ନ ସମୟରେ ଦଳୀୟ ନିଷ୍ପତ୍ତିକୁ ପାଳନ କରୁନଥିଲେ ।ଏଆଇସିସି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ କମିଟି ସଦସ୍ୟ ସଚିବ ତାରିକ୍ ଅନୱାର କହିଛନ୍ତି ଯେ, ଚିରଞ୍ଜିବୀ ଓ ମୋକିମ୍ ଦଳବିରୋଧୀ ଗତିବିଧିରେ ଲିପ୍ତ ଥିବା ନେଇ ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକଙ୍କ ଅଭିଯୋଗ କରିଥିଲେ । ତାଙ୍କର ଏହି ଅଭିଯୋଗ ଉପରେ ଶୃଙ୍ଖଳାଗତ କମିଟିରେ ଆଲୋଚନା ହୋଇଥିଲା ଓ ଉଭୟ ନେତାଙ୍କୁ କାରଣଦର୍ଶାଅ ନୋଟିସ୍ ଜାରି କରାଯାଇଥିଲା । ଉଭୟ ନେତାଙ୍କଠୁ ଯେଉଁ ଉତ୍ତର ମିଳିଥିଲା ତାହା ସନ୍ତୋଷଜନକ ନଥିଲା । ତେଣୁ ଉଭୟ ନେତାଙ୍କୁ ଦଳ ବିରୋଧୀ କାର୍ଯ୍ୟକ୍ରମରେ ଲିପ୍ତ ରହିବା କାରଣରୁ ତତ୍କାଳ ପ୍ରଭାବରୁ କଂଗ୍ରେସ ଦଳରୁ ନିଲମ୍ବନ କରାଗଲା ବୋଲି ଅନୱାର ସୂଚନା ଦେଇଛନ୍ତି ।







More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..