ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ କୁ ନେଇ ସମସ୍ୟା ଦେଖା ଦେଇଛି | ଏହାକୁ ନେଇ ଅନେକ ବିବାଦ ଓ ଛକାଞ୍ଝା ଲାଗିରହିଛି | ଏହା ଭିତରେ ଆସନ୍ତାକାଲି ଅର୍ଥାତ ସେପ୍ଟେମ୍ବର ୩୦ ନାମାଙ୍କନପତ୍ର ଦାଖଲ କରିବାର ଶେଷ ତାରିଖ ରହିଛି। ଆଜି ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗବିଜୟ ସିଂ ଏକ ବଡ଼ ଘୋଷଣା କରିଛନ୍ତି। କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ସେପ୍ଟେମ୍ବର ୩୦ରେ ସେ ତାଙ୍କ ନାମାଙ୍କନପତ୍ର ଦାଖଲ କରିବେ। ଆଜି ନାମାଙ୍କନ ଫର୍ମ ନେବାକୁ ଆସଥିବା ଅବସରରେ ଏକଥା ସ୍ପଷ୍ଟ କରିଛନ୍ତି । ଅନ୍ୟପକ୍ଷରେ, ସେପ୍ଟେମ୍ବର ୩୦ରେ ଅଧ୍ୟକ୍ଷ ପଦ ପାଇଁ ନାମାଙ୍କନପତ୍ର ଦାଖଲ କରିବେ ବୋଲି ଶଶି ଥରୁର ପୂର୍ବରୁ ଘୋଷଣା କରିସାରିଛନ୍ତି। ସୂଚନାଯୋଗ୍ୟ, ଗାନ୍ଧୀ ପରିବାରର ସମର୍ଥନରେ ଅଶୋକ ଗେହଲଟ ଅଧ୍ୟକ୍ଷ ନିର୍ବାଚନ ଲଢି ଜିତିବେ ବୋଲି ଆଶା କରାଯାଉଥିଲା। କିନ୍ତୁ ଗେହଲଟ କ୍ୟାମ୍ପ୍ର ୮୨ ଜଣ ବିଧାୟକ ସଚିନ ପାଇଲଟଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ନିଯୁକ୍ତି ବିରୋଧରେ ଇସ୍ତଫା ଦେଇଥିଲେ। ସେବେଠାରୁ ସବୁ ଓଲଟପାଲଟ ହୋଇଥିଲା ।






More Stories
ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା…..
ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍…..
ରେପୋ ହାର ହ୍ରାସ…..