ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
କଂଗ୍ରେସ ବୁଧବାର ଦାବି କରିଥିଲା ଯେ ଆଗାମୀ ୨୫ ବର୍ଷ ପାଇଁ ୫୪୩ ଲୋକ ସଭା ଆସନର ବର୍ତ୍ତମାନର ସଂଖ୍ୟା ବଜାୟ ରଖାଯାଉ। ଦଳ ଏହା ମଧ୍ୟ କହିଛି ଯେ 2029 ଲୋକ ସଭା ନିର୍ବାଚନରୁ ମହିଳାଙ୍କ ପାଇଁ 33 ପ୍ରତିଶତ ସଂରକ୍ଷଣ ଲାଗୁ କରାଯିବା ଉଚିତ। ଇନ୍ଦିରା ଭବନରେ ଅନୁଷ୍ଠିତ କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC)ର ଏକ ବୈଠକ ପରେ ଏହି ଦାବି ଉଠିଥିଲା। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ ଭଦ୍ରା, ଜୟରାମ ରମେଶ ଏବଂ କେ.ସି. ଭେନୁଗୋପାଳଙ୍କ ସମେତ ଦଳର ଅନେକ ବରିଷ୍ଠ ନେତା ଯୋଗ ଦେଇଥିଲେ।






More Stories
ନିର୍ବାଚନରେ ଜିତିଲେ ଦିଦି;ଭାଜପା ଚିତ୍ପଟାଙ୍ଗ…..
ରାମମନ୍ଦିର ଦାନ ଅର୍ଥ ଆତ୍ମସାତ୍ ମାମଲା;ଚମ୍ପତ ରାୟ,ଅନିଲ ମିଶ୍ର ଦୋଷମୁକ୍ତ…..
ଯୁବଶକ୍ତି ଦେଶର ସବୁଠୁ ମୂଲ୍ୟବାନ ସମ୍ପତ୍ତି…..