ରିପୋର୍ଟ କାର୍ଡ / ଭୁବନେଶ୍ବର
ରାଜ୍ୟରେ ନାରୀ ନିର୍ଯାତନା ପ୍ରସଙ୍ଗରେ ସରକାର ଭାଙ୍ଗିବା ପାଇଁ ପୁଣି ରଣହୁଙ୍କାର ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। କଂଗ୍ରେସ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଭକ୍ତ କହିଛନ୍ତି, ସରକାର ଭାଙ୍ଗିବା ପାଇଁ ମୁଖ୍ୟ ବିରୋଧୀ ବିଜେଡି ଅନାସ୍ଥା ପ୍ରସ୍ତାବ ଆଣୁ, ଆମେ ତାକୁ ସମର୍ଥନ କରିବୁ। ପିସିସି ସଭାପତି କହିଛନ୍ତି, ବିଜେଡି ମୁଖ୍ୟ ବିରୋଧୀ ଦଳ। ତାଙ୍କ ପାଖରେ ସଂଖ୍ୟା ରହିଛି। ବିଜେଡି ଯଦି ପ୍ରକୃତରେ ନାରୀକୁ ନ୍ୟାୟ ଦେବା ପାଇଁ ଆନ୍ତରିକତାର ସହ ଲଢ଼ୁଛି ଏବଂ ଏ ସରକାରକୁ ହଟାଇବାକୁ ଚାହୁଁଛି ତାହେଲେ ବିଧାନସଭାରେ ସରକାର ବିରୋଧରେ ଅନାସ୍ଥା ଆଣୁ ଦଳ। ନଚେତ୍ କଂଗ୍ରେସ ଅନାସ୍ଥା ପ୍ରସ୍ତାବ ଆଣିବ, ବିଜେଡି ତାକୁ ସମର୍ଥନ କରୁ ବୋଲି କହିଛନ୍ତି ଭକ୍ତ ଦାସ।






More Stories
୧ରୁ ସୁଭଦ୍ରା ନୂଆ ଆବେଦନ…..
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ….
ସରିଲା ଯୁକ୍ତ ୨ ପରୀକ୍ଷା:୪୫ ଦିନ ଭିତରେ ରେଜଲ୍ଟ…..