ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩,୫୭,୨୨୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି | ଏହି ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୦୨,୮୨,୮୮୩କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୩,୪୪୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨,୨୨,୪୦୮ରେ ପହଞ୍ଚିଛି। ୨୪ ଘଣ୍ଟାରେ ୩,୨୦,୨୮୯ ସଂକ୍ରମିତ ସୁସ୍ଥ ହୋଇଥିବା ବେଳେ ମୋଟ ୧,୬୬,୧୩,୨୯୨ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୩୪,୪୭,୧୩୩ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।






More Stories
ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ:୯୦ ଲକ୍ଷରୁ ଅଧିକ ନାମ ବାଦ…..
ଆଜି ରାତିରେ ବଡ ଯୁଦ୍ଧ ! ୮ଟା ଯାଏଁ ଡେଡ୍ଲାଇନ୍…..
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….