ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩,୫୭,୨୨୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି | ଏହି ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୦୨,୮୨,୮୮୩କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୩,୪୪୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨,୨୨,୪୦୮ରେ ପହଞ୍ଚିଛି। ୨୪ ଘଣ୍ଟାରେ ୩,୨୦,୨୮୯ ସଂକ୍ରମିତ ସୁସ୍ଥ ହୋଇଥିବା ବେଳେ ମୋଟ ୧,୬୬,୧୩,୨୯୨ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୩୪,୪୭,୧୩୩ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
More Stories
ଟ୍ରମ୍ପ କଲେ ଘୋଷଣା,ବଢିଲା ପନ୍ନୁର ସମସ୍ୟା….
ହିମନ୍ତଙ୍କୁ କଡ଼ା ଜବାବ ଦେଲେ ଗୌରବ ଗୋଗଇ,ମୁଁ ଭାରତର ‘ର’ ଏଜେଣ୍ଟ୍…..
ବନ୍ଦହେବ ମେଘାଳୟର ଚନ୍ଦ୍ର ମୋହନ ଝା ବିଶ୍ୱବିଦ୍ୟାଳୟ…..