Report Card Odisha

| Daily Odia News

ଦେଶରେ ଦୈନିକ ସଂକ୍ରମଣ ସଂଖ୍ୟା କମୁଛି, ୨୪ ଘଣ୍ଟାରେ ୩,୧୨୮ ଆକ୍ରାନ୍ତଙ୍କ ମୃତ୍ୟୁ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଦେଶରେ ଦୈନିକ ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି | ଗତ ୨୪ ଘଣ୍ଟା ମଧ୍ୟରେ ଦେଶର ୧ଲକ୍ଷ ୫୨ ହଜାର ୭୩୪ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୮୦,୪୭,୫୩୪କୁ ବୃଦ୍ଧି ପାଇଛି । ଚିକିତ୍ସାଧୀନ ଅବସ୍ଥାରେ ୩,୧୨୮ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୨୯ ହଜାର ୧୦୦ରେ ପହଞ୍ଚିଛି। ୨୪ ଘଣ୍ଟାରେ ୨ ଲକ୍ଷ ୩୮ ହଜାର ୦୨୨ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୫୬,୯୨,୩୪୨ ସୁସ୍‍ଥ ହୋଇ ଘରକୁ ଫେରିଛନ୍ତି। ୨୦,୨୬,୦୯୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୨୧,୩୧,୫୪,୧୨୯ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Breaking News