ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୭ ଓ ସ୍ଥାନୀୟ ଅଞ୍ଚଳରୁ ୩ ଜଣ ଚିହ୍ନଟ ହୋଇଛନ୍ତି । ଆଜି ୧୮ ବର୍ଷରୁ କମ୍ ବୟସର ୨ ଜଣ ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୯୨୨ରେ ପହଞ୍ଚିଛି । ସେହିପରି ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୮ ହଜାର ୬୪୧ ରହିଥିବା ବେଳେ ୧୦୫ ସକ୍ରିୟ ଆକ୍ରାନ୍ତ ରହିଛନ୍ତି । ସମ୍ବଲପୁରର ଜିଲ୍ଲାରୁ ସର୍ବାଧିକ ୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
More Stories
ଶିଳ୍ପାଙ୍କ ସହ ଫଟୋ ଉଠାଇବା ସେବାୟତଙ୍କୁ ମହଙ୍ଗା ପଡିଛି….
ଧର୍ମ ପରିବର୍ତ୍ତନ କରିଥିବାରୁ ଘରରେ ପଡ଼ିରହିଛି ଶବ…..
ଖୋଲିଲା ଶିମିଳିପାଳ ଅଭୟାରଣ୍ୟ….