ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ କରୋନା ଗ୍ରାପ ଉପର ମୁହାଁ | ହୁହୁ ହୋଇବଢି ଯାଇଛି ଦେଶର କରୋନା ସଂକ୍ରମଣ | ଗତ ୨୪ ଘଣ୍ଟାରେ ଆଉ ୪୦,୯୫୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୧୫,୫୫,୨୮୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୧୮୮ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧,୫୯,୫୫୮ରେ ପହଞ୍ଚିଛି। ୨୩,୬୫୩ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୧,୧୧,୦୭,୩୩୨ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨,୮୮,୩୯୪ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି। ମହାରାଷ୍ଟ୍ରରେ ଗତକାଲି ସର୍ବାଧିକ ୨୫,୮୩୩ ସଂକ୍ରମଣ ମାମଲା ଚିହ୍ନଟ ହୋଇଥିଲା। ଅନ୍ୟପକ୍ଷେ ୧୫ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ମଧ୍ୟ ସଂକ୍ରମଣ ମାମଲା ଅଧିକ ରହିଛି। ଦେଶର ମୋଟ୍ ମାମଲାର ୬୩.୨୧ ପ୍ରତିଶତ ମହାରାଷ୍ଟରେ ରହିଛି। ଏହାପଛକୁ କେରଳ ଏବଂ ପଂଜାବରେ ସଂକ୍ରମଣ ମାମଲା ଅଧିକ ରହିଛି। ମଧ୍ୟପ୍ରଦେଶ, ରାଜସ୍ଥାନ, ତାମିଲନାଡ଼ୁ ଏବଂ ଗୁଜରାଟରେ ମଧ୍ୟ ସଂକ୍ରମଣ ଲଗାତାର ବଢ଼ୁଥିବାରୁ ଅଧିକ ସତର୍କତା ପଦକ୍ଷେପ ଗ୍ରହଣ ହୋଇଛି।
More Stories
ଏଲ୍ଓସିରେ ଆଇଇଡି ବିସ୍ଫୋରଣ, ୨ ଯବାନ ସହିଦ……
ପ୍ରଧାନମନ୍ତ୍ରୀଙ୍କ ବିମାନ ଉପରେ ଆତଙ୍କବାଦୀ ଆକ୍ରମଣ ଧମକ…..
ପରଲୋକରେ ଆଚାର୍ଯ୍ୟ ସତ୍ୟେନ୍ଦ୍ର ଦାସ…..