Report Card Odisha

| Daily Odia News

ରାଜ୍ୟରେ ଆଉ ୨ ଜୀବନ ନେଲା କରୋନା…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୭୪୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୨ ଜଣଙ୍କର କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୩୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକ ଦୁଇ ଜଣ ନୂଆପଡା ଜିଲ୍ଲାର ବୋଲି ଜଣାପଡିଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୫୩୦୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୫୦୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୪୦୬୦୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନା ଯୋଗୁଁ ୧୯୩୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୯୪୨୮୪୬୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Breaking News