ରିପୋର୍ଟ କାର୍ଡ / ଭୁବନେଶ୍ଵର
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୪୦୫ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୨ ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ଏହି ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୩୮୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ କଟକ, ଝାରସୁଗୁଡା, ଖୋର୍ଦ୍ଧା ଓ ପୁରୀ ୪ ଜଣ ଲେଖାଏଁ ରହିଥିବା ବେଳେ ବରଗଡ଼, ଜଗତସିଂହପୁର, କଳାହାଣ୍ଡି, ଓ ରାୟଗଡାରୁ ୩ ଜଣ ଲେଖାଏଁ ରହିଛନ୍ତି । ସେହିପରି ଗଞ୍ଜାମ, କେନ୍ଦୁଝର, ମାଲକାନଗିରି ଓ ସୁନ୍ଦରଗଡରୁ ୨ ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ଵର, ବଲାଙ୍ଗିର, ଦେବଗଡ, କେନ୍ଦ୍ରାପଡା, ନୂଆପଡା ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି ।






More Stories
ନୂଆ DGP ଚୟନ ପ୍ରକ୍ରିୟା ମାମଲାର ଆଜି ଶୁଣାଣି……
ବ୍ୟବସାୟୀଙ୍କୁ ଅପହରଣ ଘଟଣା:୫୦ ଲକ୍ଷ ପାଇଁ ହୋଇଥିଲା ଷଡ଼ଯନ୍ତ୍ର……
ବନ୍ୟାଞ୍ଚଳରେ ଗ୍ରାଉଣ୍ଡ ଜିରୋରେ ମୁଖ୍ୟମନ୍ତ୍ରୀ…..