Report Card Odisha

| Daily Odia News

ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୩୮୮କୁ ବୃଦ୍ଧି…..

Municipal workers in protective gear carry the body a woman who died due to coronavirus disease (COVID-19), for her cremation at a crematorium in Ahmedabad, India, April 17, 2020. REUTERS/Amit Dave

ରିପୋର୍ଟ କାର୍ଡ / ଭୁବନେଶ୍ଵର

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୪୦୫ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୨ ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ଏହି ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୩୮୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ କଟକ, ଝାରସୁଗୁଡା, ଖୋର୍ଦ୍ଧା ଓ ପୁରୀ ୪ ଜଣ ଲେଖାଏଁ ରହିଥିବା ବେଳେ ବରଗଡ଼, ଜଗତସିଂହପୁର, କଳାହାଣ୍ଡି, ଓ ରାୟଗଡାରୁ ୩ ଜଣ ଲେଖାଏଁ ରହିଛନ୍ତି । ସେହିପରି ଗଞ୍ଜାମ, କେନ୍ଦୁଝର, ମାଲକାନଗିରି ଓ ସୁନ୍ଦରଗଡରୁ ୨ ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ଵର, ବଲାଙ୍ଗିର, ଦେବଗଡ, କେନ୍ଦ୍ରାପଡା, ନୂଆପଡା ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି ।

Breaking News