ରିପୋର୍ଟ କାର୍ଡ / ଭୁବନେଶ୍ୱର
ରଜ୍ୟରେ କରୋନା ସଂକ୍ରମଣ ଉପରମୁହାଁ ହୋଇଥିବା ବେଳେ ଆଜି ଆଉ ୨ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକ ଦୁଇ ଜଣଙ୍କ ମଧ୍ୟରୁ ଜଣେ ବଲାଙ୍ଗୀର ଓ ଜଣେ ପୁରୀ ଜିଲ୍ଲାର ବୋଲି ଜଣାପଡିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୧୯୨୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୩,୪୮,୧୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୭୦୦୩ଜଣ ସକ୍ରିୟ ମାମଲା ରହିଥିବା ବେଳେ ୩,୩୯,୨୦୦ଜଣ ସୁସ୍ଥ ହୋଇଛନ୍ତି । ସେହିପରି କରୋନାରେ ୧୯୨୬ ଜଣଙ୍କର ମୃତ୍ୟୁ ହୋଇଥିବା ୫୩ ଜଣଙ୍କର ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।
More Stories
ଆରଜି କର ଦୁଷ୍କର୍ମ ଓ ହତ୍ୟା ଘଟଣା: ଦୋଷୀ ସଞ୍ଜୟ ରୟକୁ ଆଜୀବନ କାରାଦଣ୍ଡ…..
୨୪ରୁ ପ୍ରଧାନମନ୍ତ୍ରୀ ଆବାସ ସର୍ଭେ…..
ଓଡିଶା ବହୁ ବିଧ ଖଣିଜ ସମ୍ପଦରେ ଭରପୂର ରାଜ୍ୟ….