Report Card Odisha

| Daily Odia News

ଆଜି ଆଉ ୪ ଜୀବନ ନେଲା କରୋନା…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଜି ରାଜ୍ୟରୁ ଆଉ ୪ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୪୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକ ୪ ଜଣ ବଲାଙ୍ଗୀର, ଝାରସୁଗୁଡା, କଳାହାଣ୍ଡି ଓ ସମ୍ବଲପୁର ଜିଲ୍ଲାର । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୬୪୫୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୯୦୭୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୪୩୫୨୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ହାସହ କରୋନା ଯୋଗୁଁ ୧୯୪୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୯୫୬୫୪୨୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Breaking News