ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ଆଜି ୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୪୮ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଝାରସୁଗଡ଼ା ଓ କେନ୍ଦୁଝର ଜଣେ ଲେଖାଏଁ ଏବଂ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୭୨ ହଜାର ୭୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୨୪ ହଜାର ୫୬୮ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୩ ଲକ୍ଷ ୪୬ ହଜାର ୧୩୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୯୪୮ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୯୬ ଲକ୍ଷ ୩୬ ହଜାର ୦୫୨ ସାମ୍ପୁଲ ଟେଷ୍ଟ୍ ହୋଇଛି।
More Stories
ଗୃହରକ୍ଷୀ ଏବଂ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀଙ୍କ ଭତ୍ତା ବୃଦ୍ଧି…..
ଇରାନ ସେନା ମୁଖ୍ୟ,କମାଣ୍ଡରଙ୍କ ସହିତ ୨ ବୈଜ୍ଞାନିକଙ୍କ ମୃତ୍ୟୁ…..
ଆଉ କେହି ଠକିପାରିବେନ ସରକାରୀ ଅଧିକାରୀ…..