ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫୭୨ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨୦ କରୋନା ଆକ୍ରାନ୍ତଂର ମୃତ୍ୟୁ ହୋଇଛି | ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୮୩୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଯାଜପୁର ଜିଲ୍ଲାରୁ ୪ଜଣ ରହିଥିବା ବେଳେ ବାଲେଶ୍ବର, କେନ୍ଦ୍ରାପଡା, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏଁ ରହିଛନ୍ତି । ସେହିପରି ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ, ଭଦ୍ରକ, କଟକ, ଜଗତସିଂହପୁର, କେନ୍ଦୁଝର ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।






More Stories
ଜିଲ୍ଲା ଯୋଜନା ବୋର୍ଡ ପାଇଁ ଅଧ୍ୟକ୍ଷ ନିଯୁକ୍ତ…..
ରାଜ୍ୟରେ ଡିଜିଟାଲ୍ ଜନଗଣନା ଆରମ୍ଭ….
କ୍ଷମା ମାଗିଲେ ଦୁବେ:ବିଜୁବାବୁ ଷ୍ଟେଟସ୍ ମ୍ୟାନ୍ ଥିଲେ…..