ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗୋଟିଏ ଦିନ କରୋନା ଜନିତ ମୃତ୍ୟୁ ସଂଖ୍ୟା କମିଥିବା ବେଳେ ଆଜି ପୁଣି ବଢିଯାଇଛି | ଗତ ୨୪ ଘଣ୍ଟା ମଧ୍ୟରେ ୪୩ ଜଣ କରୋନା ଆକ୍ରାନ୍ତ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୯୩୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ ରହିଥିବା ବେଳେ ବରଗଡ଼, ନୟାଗଡ଼, ପୁରୀ ୫ ଜଣ ରହିଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଭଦ୍ରକ, ଗଞ୍ଜାମ, କଟକ ଜିଲ୍ଲାରୁ ୩ ଜଣ ରହିଛନ୍ତି । ସେହିପରି ଢେଙ୍କାନାଳ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର , କେନ୍ଦୁଝର , ମୟୁରଭଞ୍ଜ, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।






More Stories
ଔଷଧ ଦୋକାନ ଆଗରେ ଲାଗିବ ରେଟ ଚାର୍ଟ…..
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ପ୍ରବଳ ବର୍ଷା ସମ୍ଭାବନା…..
ପାଠ୍ୟପୁସ୍ତକ ବିଭ୍ରାଟ ମାମଲା:ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀ ଅଟକ