Report Card Odisha

| Daily Odia News

ରାଜ୍ୟରେ ଆଜି ୬୭ କରୋନା ଆକ୍ରଣନ୍ତଙ୍କର ମୃତ୍ୟୁ….

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ଗୋଟିଏ ପଟେ କରୋନା ସଂକ୍ରମଣ ହ୍ରାସ ପାଉଛି ଅନ୍ୟପଟେ କରୋନାଜନିତ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି | ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୭ ଜଣ କରୋନା ଆକ୍ରାନ୍ତ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୯୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫ଜଣ ରହିଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ୮ଜଣ ରହିଛନ୍ତି । ସେହିପରି ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ ରହିଥିବା ବେଳେ ମୟୁରଭଞ୍ଜ, ପୁରୀ ଜିଲ୍ଲାରୁ ୬ଜଣ ଲେଖାଏଁ ରହିଛନ୍ତି । ବରଗଡ଼ ଜିଲ୍ଲାରୁ ୪ଜଣ ରହିଥିବା ବେଳେ ନୟାଗଡ଼ ଜିଲ୍ଲାରୁ ୩ଜଣ ରହିଛନ୍ତି । ସେହିପରି ଅନୁଗୁଳ, ଭଦ୍ରକ, ବୌଦ୍ଧ, ଗଜପତି, ଜଗତସିଂହପୁର, ଯାଜପୁର , କଳାହାଣ୍ଡି, କନ୍ଧମାଳ ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି |

Breaking News