ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୮ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୧୫୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୮ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୬ଜଣ ରହିଛନ୍ତି । ଭଦ୍ରକ ଓ ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୪ଜଣ ରହିଛନ୍ତି । ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଗଞ୍ଜାମ ୨ଜଣ ରହିଛନ୍ତି । ନୟାଗଡ଼, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..