ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ଚିନ୍ତା ବଢ଼ିଛି କରୋନା ମୃତ୍ୟୁ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୬୯ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି | ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୨୨୩ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୧ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ୮ଜଣ ରହିଛନ୍ତି । ଭଦ୍ରକ ଓ ଯାଜପୁରରୁ ୬ ଜଣ ଲେଖାଏଁ ରହିଛନ୍ତି । ଅନୁଗୁଳ, କେନ୍ଦ୍ରାପଡା, ଓ ଖୋର୍ଦ୍ଧାରୁ ୫ ଜଣ ଲେଖାଏଁ ରହିଛନ୍ତି । ପୁରୀରୁ ୪ ଜଣ, କେନ୍ଦୁଝର ଓ ମୟୁରଭଞ୍ଜରୁ ୩ ଜଣ ଲେଖାଁଏ ରହିଛନ୍ତି । ନୟାଗଡରୁ ଜଣେ ରହିଛନ୍ତି ।
Discussion about this post