ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ହେଉନାହିଁ | ଆଜି ଆଉ ୬୮ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୪୨୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି | ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୭ଜଣ, ଜଗତସିଂହପୁର ଜିଲ୍ଲାରୁ ୧୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୩ଜଣ , ପୁରୀ ଜିଲ୍ଲାରୁ ୨ଜଣ ରହିଛନ୍ତି । ଭଦ୍ରକ, ଝାରସୁଗୁଡ଼ା, କେନ୍ଦୁଝର, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।






More Stories
CMOରୁ ଫାଇଲ୍ ଗାଏବ ମାମଲା; ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ କିରାଣି ଘରେ ଚଢ଼ଉ…..
ସୌମ୍ୟ ହତ୍ୟା ଘଟଣା ; ଚାର୍ଜସିଟ ଦାଖଲ କଲା କ୍ରାଇମବ୍ରାଞ୍ଚ…..
ଚକୋଲେଟ୍ ବାଣ୍ଟିଲେ ରାଷ୍ଟ୍ରପତି……