ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୦୯୯ ଜଣ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୧ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୩୭୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଆଜି କଳାହାଣ୍ଡିରୁ ସର୍ବାଧିକ ୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି କୋରାପୁଟ, ମୟୂରଭଞ୍ଜ,ସମ୍ବଲପୁର ଓ ସୁନ୍ଦରଗଡ଼ରୁ ୨ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର, ନୟାଗଡ଼, ନୂଆପଡ଼ା, ପୁରୀରୁ ଜଣେ ଲେଖାଏଁ କରୋନା ରୋଗୀ ଆଖି ବୁଜିଛନ୍ତି।
More Stories
ଜୀବନ ଯୁଦ୍ଧରେ ହାରିଗଲେ FM ଛାତ୍ରୀ…….
ଭୁବନେଶ୍ୱରରେ ରାଷ୍ଟ୍ରପତି…..
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….