ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୨ ଲକ୍ଷ ୬୧ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫୦୧ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨ ଲକ୍ଷ ୬୧ ହଜାର ୫୦୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୫୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୧୫୦୧ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୪୭ ଲକ୍ଷ ୮୮ହଜାର ୧୦୯ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୧ ଲକ୍ଷ ୭୭ ହଜାର ୧୫୦ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୨୮ ଲକ୍ଷ ୦୯ ହଜାର ୬୪୩ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧୮୦୧୩୧୬।






More Stories
ଦାୟିତ୍ୱ ଗ୍ରହଣ କଲେ ନୂଆ ସ୍ଥଳସେନା ମୁଖ୍ୟ…..
ଆଫଗାନିସ୍ତାନ ଉପରେ ଆକ୍ରମଣ ,୩୬ ମୃତ…..
ମୋଦୀଙ୍କୁ ସେସଲ୍ସର ସ୍ୱତନ୍ତ୍ର ରାଷ୍ଟ୍ରପତି ସମ୍ମାନ…..