ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୨ ଲକ୍ଷ ୬୧ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫୦୧ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨ ଲକ୍ଷ ୬୧ ହଜାର ୫୦୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୫୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୧୫୦୧ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୪୭ ଲକ୍ଷ ୮୮ହଜାର ୧୦୯ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୧ ଲକ୍ଷ ୭୭ ହଜାର ୧୫୦ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୨୮ ଲକ୍ଷ ୦୯ ହଜାର ୬୪୩ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧୮୦୧୩୧୬।
More Stories
ଆଜି କାଳବୈଶାଖୀ.…
ଅଲଗା ହେଲେ ୟୁଜବେନ୍ଦ୍ର ଓ ଧନଶ୍ରୀ….
ସାଢେ ୧୧ ଟା ଯାଏଁ ଗୃହ ମୁଲତବୀ……