ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୨ ମାସ କରୋନା ସଂକ୍ରମଣ ବଢ଼ିକି ରହିବ । ଅନ୍ୟ ଦେଶରେ ମଧ୍ୟ ସଂକ୍ରମଣ ବ୍ୟାପୁଛି । ଅଧିକାଂଶ ଆକ୍ରାନ୍ତଙ୍କର ସାମନ୍ୟ ଲକ୍ଷଣ ଅଛି ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର । ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ୪ରୁ ୫ଟି ଜିଲ୍ଲାରେ ଟିପିଆର ଅଧିକ ରହିଛି । କିନ୍ତୁ ମୃତ୍ୟୁ, ହସ୍ପିଟାଲାଇଜେସନ ଓ ଆଇସିୟୁ ଆବଶ୍ୟକତା କମ ରହୁଛି । ମଙ୍ଗଳବାର ମୁଖ୍ୟମନ୍ତ୍ରୀ ରାଜ୍ୟରେ କୋଭିଡ ସ୍ଥିତିର ସମୀକ୍ଷା କରି ସମସ୍ତ ଜିଲ୍ଲାପାଳମାନଙ୍କୁ ଆବଶ୍ୟକ ଅନୁସାରେ କ୍ଲଷ୍ଟର କଣ୍ଟେନମେଣ୍ଟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ରୋଗୀ ସଂଖ୍ୟା ଦେଖି ବେଡ଼ ସଂଖ୍ୟା ବଢ଼ାଯିବ ।
More Stories
ଜେଲ୍ ଗଲେ ରାଜା, ରହିଛି ବହୁ ବଡ ବଡିଆଙ୍କ ସମ୍ପୃକ୍ତି…..
୧୨ରୁ ୧ଟା ସୁଦ୍ଧା ସରିବ ହୋଲି ଖେଳ…..
ବରମୁଣ୍ଡା ବସ୍ଷ୍ଟାଣ୍ଡରେ ବିସ୍ଫୋରଣ….