Report Card Odisha

| Daily Odia News

ଆଜି ରାଜ୍ୟରେ ସୁସ୍ଥ ହେଲେ ଆଉ ୧୦,୪୩୪ କରୋନା ଆକ୍ରାନ୍ତ….

1212606617

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଜି ରାଜ୍ୟରେ ସୁସ୍ଥ ହେଲେ ଆଉ ୧୦,୪୩୪ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୭ ଲକ୍ଷ ୨ ହଜାର ୬୨୧ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍‌ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୧୭୯ ଜଣ ରହିଛନ୍ତି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୮୩୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୯୦୯୭୦ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯୪୮ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୩୮୯୧ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ରାଜ୍ୟରେ ୮୫୪୨୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୦୨୬୨୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୧୯୭୨୨୨୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Breaking News