ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ୨୩୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୧୩୬ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୯୫ଜଣ ରହିଛନ୍ତି । ସେହିପରି ଜନ୍ମରୁ ୧୮ ବର୍ଷ ମଧ୍ୟରେ ୩୭ଜଣ ପଜିଟିଭ୍ ଥିବା କୁହାଯାଇଛି ।ରାଜ୍ୟରେ ମୋଟ୍ ସକ୍ରିୟ କରୋନା ମାମଲା ୧୫୮୭ ରହିଛି । ଗୋଟିଏ ଦିନରେ କରୋନାରୁ ୩୭୫ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ରିପୋର୍ଟ ମିଳିଛି | ଖୋର୍ଦ୍ଧାରୁ ସର୍ବାଧିକ ୬୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ବରଗଡ଼ରୁ ୩, ଭଦ୍ରକରୁ ୩, ବଲାଙ୍ଗୀରରୁ ୫, ବୌଦ୍ଧରୁ ୫, କଟକରୁ ୨୭, ଦେବଗଡ଼ରୁ ୨, ଗଜପତିରୁ ୧, ଗଞ୍ଜାମରୁ ୨, ଜଗତସିଂହପୁରରୁ ୭ ଓ ଯାଜପୁରରୁ ୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୯, କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୩, କୋରାପୁଟରୁ ୨, ମୟୂରଭଞ୍ଜରୁ ୧, ନବରଙ୍ଗପୁରରୁ ୧୪, ନୟାଗଡ଼ରୁ ୧୬, ନୂଆପଡ଼ାରୁ ୪, ପୁରୀରୁ ୩, ରାୟଗଡ଼ାରୁ ୨, ସମ୍ବଲପୁରରୁ ୭, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୨୧ ଓ ଷ୍ଟେଟପୁଲରୁ ୧୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।






More Stories
ଆଉ ଖୋଲାରେ ମିଳିବନି ଗ୍ୟାସ୍……
ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ: SC-ST-OBC ଙ୍କୁ ମିଳିବ…..
ସଚିବସ୍ତରୀୟ ବୈଠକ ଅନୁଷ୍ଠିତ:ଏକୀକୃତ ବ୍ୟବସ୍ଥାକୁ ଆଣିବାକୁ ପରାମର୍ଶ….