ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ରାଜ୍ୟରେ ପୁଣି ୧୦ ହଜାର ୫୨୧ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୭ ଜଣଙ୍କର ମୃତ୍ୟୁ ଘଟିଛି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତ ସଂଖ୍ୟା ୫ ଲକ୍ଷ ୧୬୨କୁ ବୃଦ୍ଧି ପାଇଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୯୪୫ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୪୫୭୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୨୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ବାଲେଶ୍ବର ଓ ମାଲକାନଗିରି ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ ବୌଦ୍ଧ, ଦେବଗଡ଼, ଝାରସୁଗୁଡ଼ା, କଳାହାଣ୍ଡି, କେନ୍ଦୁଝର, ନୟାଗଡ଼, ସମ୍ବଲପୁର, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧ ହଜାର ୪୭୭ ପଜିଟିଭ ଚିହ୍ନଟ ହୋଇଛନ୍ତି।ସେହିପରି ସୁନ୍ଦରଗଡ଼- ୧୧୮୬, କଟକ- ୯୬୩, କଳାହାଣ୍ଡି- ୫୭୧ବରଗଡ଼- ୫୪୩, ସମ୍ବଲପୁର- ୪୬୦, ନବରଙ୍ଗପୁର- ୪୦୪ ବରଗଡ଼- ୫୪୩, ସମ୍ବଲପୁର- ୪୬୦, ନବରଙ୍ଗପୁର- ୪୦୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗିର ଓ ଝାରସୁଗୁଡ଼ାରୁ ୩୧୪ ଲେଖାଏଁ, ନୂଆପଡ଼ାରୁ ୩୦୪ ଚିହ୍ନଟ ହୋଇଛନ୍ତି। ଏହାସହ ମୟୂରଭଞ୍ଜ- ୨୮୮, ଷ୍ଟେଟ୍ ପୁଲ୍- ୨୮୨, ବୌଦ୍ଧ- ୨୫୦, ନୟାଗଡ଼- ୨୨୪, ଜଗତସିଂହପୁର- ୨୧୭, ଗଞ୍ଜାମ- ୧୯୬, କେନ୍ଦୁଝର- ୧୯୪, କୋରାପୁଟ- ୧୮୨, ଭଦ୍ରକ- ୧୫୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାୟଗଡ଼ା- ୧୪୦, କେନ୍ଦ୍ରାପଡ଼ା- ୧୨୧, ଗଜପତି- ୧୧୩, ସୁବର୍ଣ୍ଣପୁର- ୧୧୨ ବାଲେଶ୍ୱର- ୯୭, ଦେବଗଡ଼ ଓ ଢେଙ୍କାନାଳରୁ ୮୮ ଲେଖାଏଁ ଚିହ୍ନଟ ହୋଇଛନ୍ତି। ଏହାସହ ମାଲକାନଗିରି- ୮୩, କନ୍ଧମାଳରୁ ୭୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଆଉ ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୫ ଲକ୍ଷ ୧୬୨କୁ ବୃଦ୍ଧି ପାଇଛି। ଏହାସହ ଷ୍ଟେଟ୍ ପୁଲରୁ ୨୮୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।






More Stories
ମାଗଣା ଶିକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ଉଚ୍ଚଶିକ୍ଷା ମନ୍ତ୍ରୀ…..
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଘୋଷଣା…..
ସ୍ୱନକ୍ଷତ୍ର ଉତ୍ସବରେ ୬୬୨ବର୍ଗ କଲେଜ ସଂଘର ଶପଥ……