Report Card Odisha

| Daily Odia News

ରାଜ୍ୟରେ କରୋନା ସ୍ଥିତି ବେକାବୁ, ୨୪ ଘଣ୍ଟାରେ ୩,୧୦୮ କରୋନା ପଜିଟିଭ୍ ଚିହ୍ନଟ,୩ ମୃତ୍ୟୁ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୩,୧୦୮ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୩ କରୋନା ରୋଗୀଙ୍କର ମୃତ୍ୟୁ ହୋଇଛି | ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୦୬ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୩୦୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୬୧୪୫୦ରେ ପହଞ୍ଚିଛି ।  ଆଜିର ଏହି ୩ କରୋନା ମୃତକଙ୍କୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୩୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଭଦ୍ରକ, ଗଜପତି ଓ ସମ୍ବଲପୁରରୁ ଜିଲ୍ଲାରୁ ଜଣେ ଲେଖାଏଁ ରହିଥିବା ଜଣାପଡିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୫୩୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୫୨୩ ଜଣ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୩,୧୦୮ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୪୪, ବାଲେଶ୍ୱରରୁ ୧୫୧, ବରଗଡ଼ରୁ ୧୩୨, ଭଦ୍ରକରୁ ୫୩, ବଲାଙ୍ଗିରରୁ ୧୩୩, ବୌଦ୍ଧରୁ ୯, କଟକରୁ ୧୬୩, ଦେବଗଡ଼ରୁ ୧୯, ଢେଙ୍କାନାଳରୁ ୧୬, ଗଜପତିରୁ ୧୮, ଗଞ୍ଜାମରୁ ୫୫, ଜଗତସିଂହପୁରରୁ ୨୯, ଯାଜପୁରରୁ ୭୫, ଝାରସୁଗୁଡ଼ାରୁ ୮୯, କଳାହାଣ୍ଡିରୁ ୫୫, କନ୍ଧମାଳରୁ ୧୦, କେନ୍ଦ୍ରାପଡ଼ାରୁ ୨୨, କେନ୍ଦୁଝରରୁ ୧୦୫, ଖୋର୍ଦ୍ଧାରୁ ୫୩୪, କୋରାପୁଟରୁ ୨୩, ମାଲକାନଗିରିରୁ ୩, ମୟୂରଭଞ୍ଜରୁ ୭୧, ନବରଙ୍ଗପୁରରୁ ୧୫୬, ନୟାଗଡ଼ରୁ ୧୫, ନୂଆପଡ଼ାରୁ ୧୪୦, ପୁରୀରୁ ୧୧୪, ରାୟଗଡ଼ାରୁ ୩୮, ସମ୍ବଲପୁରରୁ ୧୫୩, ସୋନପୁରରୁ ୪୨, ସୁନ୍ଦରଗଡ଼ରୁ ୫୨୩ ଓ ଷ୍ଟେଟ୍‌ ପୁଲ୍‌ରୁ ୧୧୮ ଚିହ୍ନଟ ହୋଇଛନ୍ତି।

 

Breaking News