ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ୪୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୭୦୧ରେ ପହଞ୍ଚିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୪, ସ୍ଥାନୀୟ ଅଞ୍ଚଳରୁ ୧୬ ଏବଂ ୧୮ ବର୍ଷ ବୟସ ମଧ୍ୟରେ ମାତ୍ର ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୋଳରୁ ସର୍ବାଧିକ ୨୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟର ୨୨ ଜିଲ୍ଲା କରୋନାମୁକ୍ତ ରହିଛି। ସେହିପରି ଦିନକରେ ଆଉ ୪୧ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧୨ ଲକ୍ଷ ୭୮ ହଜାର ୧୬୨କୁ ବୃଦ୍ଧି ପାଇଛି । ଏବେ ରାଜ୍ୟରେ ଚିକିତ୍ସାଧୀନ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୬୫ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲିକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି |






More Stories
ଗ୍ୟାସ୍ କିଣିପାରିବେ ଶ୍ରମିକ, ବିଦ୍ୟାର୍ଥୀ…..
ଆସାମରେ ନିର୍ବାଚନ ପ୍ରଚାର କଲେ ମୋହନ…..
ଆଉ ଖୋଲାରେ ମିଳିବନି ଗ୍ୟାସ୍……