Report Card Odisha

| Daily Odia News

ରାଜ୍ୟରେ ଆଜି ୯ କରୋନା ପଜିଟିଭ୍ ଚିହ୍ନଟ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ଆଜି ୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୯୮୯ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬ ଜଣ କ୍ୱାରେଣ୍ଟାଇନ୍‌ରୁ ଓ ୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ୧୮ ବର୍ଷ ମଧ୍ୟରେ ୩ ଆକ୍ରାନ୍ତ ରହିଛନ୍ତି । ବାଲେଶ୍ଵର ୧,କଟକ ୨, ଖୋର୍ଦ୍ଧା ୪, ସୁନ୍ଦରଗଡ଼ ୧ ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଟେଷ୍ଟ ପୋଲ ୧ ରହିଛନ୍ତି |

Breaking News