ରିପୋର୍ଟ କାର୍ଡ / ଭୁବନେଶ୍ବର
ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୦୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୨୮ ଜିଲ୍ଲା ଓ ଷ୍ଟେଟ ପୁଲରୁ ଏହି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୨୩୭, ସ୍ଥାନୀୟ ଅଞ୍ଚଳରୁ ୧୬୬ ଓ ୧୮ ବର୍ଷରୁ କମ୍ ୪୮ଜଣ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୨ ହଜାର ୧୮୩କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୮୧, ସୁନ୍ଦରଗଡ଼ରୁ ୬୬, ସମ୍ବଲପୁରରୁ ୩୬, ଓ ଷ୍ଟେଟ ପୁଲରୁ ୧୪ ଜଣ ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି । ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୮୪୪ ଜଣ ସୁସ୍ଥ ହେବା ପରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧୩ ଲକ୍ଷ ୯ ହଜାର ୧୦ରେ ପହଞ୍ଚିଛି । ଏବେ ରାଜ୍ୟରେ ୩୯୬୬ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଥିବା ସ୍ବାସ୍ଥ୍ୟ ବିଭାଗ ସୂତ୍ରରୁ ଜଣା ପଡିଛି।






More Stories
ମାଗଣା ଶିକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ଉଚ୍ଚଶିକ୍ଷା ମନ୍ତ୍ରୀ…..
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଘୋଷଣା…..
ସ୍ୱନକ୍ଷତ୍ର ଉତ୍ସବରେ ୬୬୨ବର୍ଗ କଲେଜ ସଂଘର ଶପଥ……