ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗତ ୨୪ ଘଣ୍ଟାରେ ୨ ହଜାର ୧୦୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୧, ୨୨୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୮୭୭ ଜଣ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ରହିଛନ୍ତି ୩୨୪ ପଜିଟିଭ୍ । ଖୋର୍ଦ୍ଧାରୁ ସର୍ବାଧିକ ୪୨୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୯୭, ବାଲେଶ୍ୱର ୪୦, ବରଗଡ ୧୭, ଭଦ୍ରକ ୪୦, ବଲାଙ୍ଗିର ୬୫, ବୌଦ୍ଧ ୫୫, କଟକ ୧୪୫, ଦେବଗଡ ୯, ଢେଙ୍କାନାଳ ୬୧, ଗଜପତିରୁ ୬୪ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରେ ୩୫, ଜଗତସିଂହପୁର ୩୨, ଯାଜପୁର ୫୩, ଝାରସୁଗୁଡା ୫୬, କଳାହାଣ୍ଡି ୩୬, କନ୍ଧମାଳ ୪୪, କେନ୍ଦ୍ରାପଡା ୭୬, କେନ୍ଦୁଝରରେ ୪୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହିତ କୋରାପୁଟ ୪୫, ମାଲକାନଗିରି ୭, ମୟୁରଭଞ୍ଜ ୪୨, ନବରଙ୍ଗପୁର ୪୩, ନୟାଗଡ ୭୦, ନୂଆପଡା ୩୮, ପୁରୀ ୩୪, ରାୟଗଡା ୪୩, ସମ୍ବଲପୁର ୫୬, ସୋନପୁର ୩୭, ସୁନ୍ଦରଗଡ ୨୧୯ ଷ୍ଟେଟପୁଲରୁ ୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୫,୩୭୬ ଆକ୍ରାନ୍ତ । ଆଜିର ସୁସ୍ଥତାକୁ ମିଶାଇ ରାଜ୍ୟରେ ଏଯାଏ ମୋଟ୍ ସୁସ୍ଥ ହେଲେଣି ୧୨ଲକ୍ଷ ୩୪ ହଜାର ୩୫୨ ଆକ୍ରାନ୍ତ । ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨ଲକ୍ଷ ୬୬ ହଜାର ୮୧୧କୁ ବୃଦ୍ଧି ପାଇଥିବା ବେଳେ, ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୩ ହଜାର ୬୭୨ ଜଣ । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି | ସେହିପରି ଆଜି ରାଜ୍ୟରେ ୨୩ କରୋନା ଆକ୍ରାନ୍ତଂକର ମୃତ୍ୟୁ ହୋଇଛି | ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୭୩୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
More Stories
୪ ବ୍ୟକ୍ତିଙ୍କୁ ରାଜ୍ୟସଭାକୁ ମନୋନୀତ କଲେ ରାଷ୍ଟ୍ରପତି…..
ଫାସ୍ଟ୍ୟାଗ୍ ନ ଲଗାଇଲେ ହେବେ କଳାତାଲିକାଭୁକ୍ତ….
ୟୁକ୍ରେନ ଉପରେ ରୁଷର ୭୦୦ ଡ୍ରୋନ ମାଡ଼…..