ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ କଦୈନିକ ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୨ହଜାର ୩୩୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୫୯ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ଦେଶରେ ଏହି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୨୨ ଲକ୍ଷ ୨୧ ହଜାର ୬୬୫ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୧ ଲକ୍ଷ ୬୨ ହଜାର ୯୨୭ରେ ପହଞ୍ଚିଛି। ସମୁଦାୟ ସୁସ୍ଥତା ସଂଖ୍ୟା ୧ କୋଟି ୧୪ ଲକ୍ଷ ୭୪ ହଜାର ୬୮୩ରୁ ଅଧିକ ହୋଇଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୫୮୪୦୫୫ । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ ବୁଧବାର ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୬୫୧୧୭୮୯୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି ।






More Stories
ଭରଣପୋଷଣ ଦୟା ନୁହେଁ,ସ୍ତ୍ରୀଙ୍କ ଅଧିକାର…..
କ୍ଷମା ମାଗିଲେ ଅଶ୍ୱିନ ବୈଷ୍ଣବ……
ଫ୍ଲାଟ ମୂଲ୍ୟରୁ ହଟିଲା ପାର୍କିଂ ଚାର୍ଜ…..