ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଆଜି ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଗତ ୨୪ ଘଣ୍ଟାରେ ଦେଶର ୧ ଲକ୍ଷ ୪୫ ହଜାର ୩୮୪ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ପଜିଟିଭ ସଂଖ୍ୟା ୧,୩୨,୦୫,୯୨୬କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୭୯୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧,୬୮,୪୩୬ରେ ପହଞ୍ଚିଛି। ଦିନକରେ ୭୭,୫୬୭ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୧,୧୯,୯୦,୮୫୯ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୦,୪୬,୬୩୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
More Stories
ବାଲେଶ୍ୱର ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେବି ସଙ୍କଟାପନ୍ନ…..
ସୃଷ୍ଟି ହେଲା ଯୋଡ଼ା ଲଘୁଚାପ: ପ୍ରବଳ ବର୍ଷୀବ,ଏହି ଜିଲ୍ଲାକୁ ରେଡ଼ ୱାର୍ଣ୍ଣିଂ ଜାରି…..
୪ ବ୍ୟକ୍ତିଙ୍କୁ ରାଜ୍ୟସଭାକୁ ମନୋନୀତ କଲେ ରାଷ୍ଟ୍ରପତି…..